5ତୁମ୍ଭେ ପାରିଲେ, ମୋତେ ଉତ୍ତର ଦିଅ, ମୋʼ ସମ୍ମୁଖରେ ଆପଣା ବାକ୍ୟ ସଜାଇ ଠିଆ ହୁଅ।
6ଦେଖ, ପରମେଶ୍ୱରଙ୍କ ପ୍ରତି ତୁମ୍ଭେ ଯେପରି, ମୁଁ ସେପରି ଅଟେ, ମୁଁ ମଧ୍ୟ ମୃତ୍ତିକାରୁ ନିର୍ମିତ ହୋଇଅଛି।
7ଦେଖ, ମୋହର ଭୟାନକତା ତୁମ୍ଭକୁ ଭୀତ କରିବ ନାହିଁ, କିଅବା ମୋହର ଭାର ତୁମ୍ଭ ଉପରେ ଭାରୀ ହେବ ନାହିଁ।
8ନିଶ୍ଚୟ ତୁମ୍ଭେ ମୋହର କର୍ଣ୍ଣଗୋଚରରେ କହିଅଛ ଓ ମୁଁ ତୁମ୍ଭ ବାକ୍ୟର ରବ ଶୁଣିଅଛି, ଯଥା,
9‘ମୁଁ ଶୁଚି, ଅପରାଧରହିତ; ମୁଁ ନିର୍ଦ୍ଦୋଷ, ମଧ୍ୟ ମୋʼ ଠାରେ ଅଧର୍ମ ନାହିଁ;