7ଦେଖ, ମୋହର ଭୟାନକତା ତୁମ୍ଭକୁ ଭୀତ କରିବ ନାହିଁ, କିଅବା ମୋହର ଭାର ତୁମ୍ଭ ଉପରେ ଭାରୀ ହେବ ନାହିଁ।
8ନିଶ୍ଚୟ ତୁମ୍ଭେ ମୋହର କର୍ଣ୍ଣଗୋଚରରେ କହିଅଛ ଓ ମୁଁ ତୁମ୍ଭ ବାକ୍ୟର ରବ ଶୁଣିଅଛି, ଯଥା,
9‘ମୁଁ ଶୁଚି, ଅପରାଧରହିତ; ମୁଁ ନିର୍ଦ୍ଦୋଷ, ମଧ୍ୟ ମୋʼ ଠାରେ ଅଧର୍ମ ନାହିଁ;
10ଦେଖ, ସେ ମୋʼ ଛିଦ୍ର ଅନ୍ଵେଷଣ କରନ୍ତି, ସେ ମୋତେ ଆପଣା ଶତ୍ରୁ ବୋଲି ଗଣନ୍ତି;
11ସେ ଯନ୍ତାରେ ମୋହର ପାଦ ରଖନ୍ତି, ସେ ମୋହର ସମସ୍ତ ପଥ ନିରୀକ୍ଷଣ କରନ୍ତି।’