ଆୟୁବ 34

ମନୁଷ୍ୟର କର୍ମାନୁସାରେ ସେ ତାହାକୁ ଫଳ ଦେବେ ଓ ପ୍ରତ୍ୟେକ ଲୋକକୁ ତାହାର ଆଚରଣ ପ୍ରମାଣେ ଫଳ ଭୋଗ କରାଇବେ।

Job 34:11 (UKJV) For the work of a man shall he render unto him, and cause every man to find according to his ways.

9କାରଣ ସେ କହିଅଛି, ‘ପରମେଶ୍ୱରଙ୍କଠାରେ ଆନନ୍ଦ କଲେ, ମନୁଷ୍ୟର କିଛି ଲାଭ ନାହିଁ।’

10ହେ ବୁଦ୍ଧିମାନ ଲୋକେ, ମୋʼ କଥା ଶୁଣ; ପରମେଶ୍ୱର ଯେ ଦୁଷ୍କର୍ମ କରିବେ, ଏହା ତାହାଙ୍କଠାରୁ ଦୂରେ ଥାଉ ଓ ସର୍ବଶକ୍ତିମାନ ଯେ ଅଧର୍ମ କରିବେ, ଏହା ତାହାଙ୍କଠାରୁ ଦୂରେ ଥାଉ।

11ମନୁଷ୍ୟର କର୍ମାନୁସାରେ ସେ ତାହାକୁ ଫଳ ଦେବେ ଓ ପ୍ରତ୍ୟେକ ଲୋକକୁ ତାହାର ଆଚରଣ ପ୍ରମାଣେ ଫଳ ଭୋଗ କରାଇବେ।

12ନିଶ୍ଚୟ ପରମେଶ୍ୱର ଦୁଷ୍ଟାଚରଣ କରିବେ ନାହିଁ, ସର୍ବଶକ୍ତିମାନ ବିଚାର ବିପରୀତ କରିବେ ନାହିଁ।

13କିଏ ତାହାଙ୍କୁ ପୃଥିବୀର କର୍ତ୍ତୃତ୍ୱଭାର ଦେଲା? ଅବା କିଏ ସମୁଦାୟ ଜଗତର ନିରୂପଣ କରିଅଛି?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.