13କିଏ ତାହାଙ୍କୁ ପୃଥିବୀର କର୍ତ୍ତୃତ୍ୱଭାର ଦେଲା? ଅବା କିଏ ସମୁଦାୟ ଜଗତର ନିରୂପଣ କରିଅଛି?
14ଯଦି ସେ ମନୁଷ୍ୟ ଉପରେ ଆପଣା ମନ ଦେବେ, ଯଦି ସେ ତାହାର ଆତ୍ମା ଓ ନିଶ୍ୱାସ ଆପଣା ନିକଟରେ ସଂଗ୍ରହ କରିବେ;
15ତେବେ ସକଳ ପ୍ରାଣୀ ଏକତ୍ର ବିନଷ୍ଟ ହେବେ ଓ ମନୁଷ୍ୟ ପୁନର୍ବାର ଧୂଳିରେ ମିଶିଯିବ।
16ତୁମ୍ଭର ବିବେଚନା ଥିଲେ, ଏହା ଶୁଣ; ମୋʼ ବାକ୍ୟର ରବରେ ମନୋଯୋଗ କର।
17ଯେ ନ୍ୟାୟ ଘୃଣା କରେ, ସେ କି ଶାସନ କରିବ? ଓ ଯେ ଧାର୍ମିକ ଓ ପରାକ୍ରମୀ, ତାହାଙ୍କୁ କି ତୁମ୍ଭେ ଦୋଷୀ କରିବ?