14ଯଦି ସେ ମନୁଷ୍ୟ ଉପରେ ଆପଣା ମନ ଦେବେ, ଯଦି ସେ ତାହାର ଆତ୍ମା ଓ ନିଶ୍ୱାସ ଆପଣା ନିକଟରେ ସଂଗ୍ରହ କରିବେ;
15ତେବେ ସକଳ ପ୍ରାଣୀ ଏକତ୍ର ବିନଷ୍ଟ ହେବେ ଓ ମନୁଷ୍ୟ ପୁନର୍ବାର ଧୂଳିରେ ମିଶିଯିବ।
16ତୁମ୍ଭର ବିବେଚନା ଥିଲେ, ଏହା ଶୁଣ; ମୋʼ ବାକ୍ୟର ରବରେ ମନୋଯୋଗ କର।
17ଯେ ନ୍ୟାୟ ଘୃଣା କରେ, ସେ କି ଶାସନ କରିବ? ଓ ଯେ ଧାର୍ମିକ ଓ ପରାକ୍ରମୀ, ତାହାଙ୍କୁ କି ତୁମ୍ଭେ ଦୋଷୀ କରିବ?
18ରାଜାକୁ, ‘ତୁମ୍ଭେ ଅଧମ;’ ଅବା ଅଧିପତିମାନଙ୍କୁ, ‘ତୁମ୍ଭେମାନେ ଦୁଷ୍ଟ’ ବୋଲି କହିବାର କି ଉପଯୁକ୍ତ?