ଆୟୁବ 34

ରାଜାକୁ, ‘ତୁମ୍ଭେ ଅଧମ;’ ଅବା ଅଧିପତିମାନଙ୍କୁ, ‘ତୁମ୍ଭେମାନେ ଦୁଷ୍ଟ’ ବୋଲି କହିବାର କି ଉପଯୁକ୍ତ?

Job 34:18 (UKJV) Is it fit to say to a king, You are wicked? and to princes, All of you are ungodly?

16ତୁମ୍ଭର ବିବେଚନା ଥିଲେ, ଏହା ଶୁଣ; ମୋʼ ବାକ୍ୟର ରବରେ ମନୋଯୋଗ କର।

17ଯେ ନ୍ୟାୟ ଘୃଣା କରେ, ସେ କି ଶାସନ କରିବ? ଓ ଯେ ଧାର୍ମିକ ଓ ପରାକ୍ରମୀ, ତାହାଙ୍କୁ କି ତୁମ୍ଭେ ଦୋଷୀ କରିବ?

18ରାଜାକୁ, ‘ତୁମ୍ଭେ ଅଧମ;’ ଅବା ଅଧିପତିମାନଙ୍କୁ, ‘ତୁମ୍ଭେମାନେ ଦୁଷ୍ଟ’ ବୋଲି କହିବାର କି ଉପଯୁକ୍ତ?

19ତେବେ ପରମେଶ୍ୱର ଯେ ଅଧିପତିମାନଙ୍କର ମୁଖାପେକ୍ଷା କରନ୍ତି ନାହିଁ, ଅବା ସମସ୍ତେ ତାହାଙ୍କର ହସ୍ତକୃତ କର୍ମ ହେବାରୁ ଦରିଦ୍ର ଅପେକ୍ଷା ଧନୀକୁ ବିଶେଷ ଜ୍ଞାନ କରନ୍ତି ନାହିଁ, ତାହାଙ୍କୁ ଏପରି କହିବା କେତେ ଅଧିକ ଅନୁପଯୁକ୍ତ?

20ସେମାନେ ମୁହୂର୍ତ୍ତକେ, ଅର୍ଦ୍ଧରାତ୍ରରେ ହିଁ ମରନ୍ତି; ଲୋକମାନେ କମ୍ପିତ ହୋଇ ପ୍ରାଣତ୍ୟାଗ କରନ୍ତି ଓ ବିକ୍ରମୀ ବିନା ହସ୍ତକ୍ଷେପରେ ଦୂରୀକୃତ ହୁଅନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.