20ସେମାନେ ମୁହୂର୍ତ୍ତକେ, ଅର୍ଦ୍ଧରାତ୍ରରେ ହିଁ ମରନ୍ତି; ଲୋକମାନେ କମ୍ପିତ ହୋଇ ପ୍ରାଣତ୍ୟାଗ କରନ୍ତି ଓ ବିକ୍ରମୀ ବିନା ହସ୍ତକ୍ଷେପରେ ଦୂରୀକୃତ ହୁଅନ୍ତି।
21କାରଣ ମନୁଷ୍ୟର ମାର୍ଗ ପ୍ରତି ପରମେଶ୍ୱରଙ୍କ ଦୃଷ୍ଟି ଅଛି ଓ ସେ ତାହାର ସବୁ ଗତି ଦେଖନ୍ତି।
22ଯେଉଁଠାରେ ଅଧର୍ମାଚାରୀଗଣ ଲୁଚି ପାରନ୍ତି, ଏପରି ଅନ୍ଧକାର ଓ ମୃତ୍ୟୁଚ୍ଛାୟା ନାହିଁ।
23କାରଣ ମନୁଷ୍ୟର ପରମେଶ୍ୱରଙ୍କ ସାକ୍ଷାତରେ ବିଚାରାର୍ଥେ ଯିବାକୁ ହେବ ବୋଲି ତାହା ବିଷୟ ଦୀର୍ଘ ବିବେଚନା କରିବାର ତାହାଙ୍କର ଆବଶ୍ୟକ ନାହିଁ।
24ସେ ଅନୁଦ୍ଦେଶ୍ୟ ଉପାୟରେ ପରାକ୍ରାନ୍ତ ଲୋକମାନଙ୍କୁ ଖଣ୍ଡ ଖଣ୍ଡ କରନ୍ତି ଓ ସେମାନଙ୍କ ସ୍ଥାନରେ ଅନ୍ୟମାନଙ୍କୁ ସ୍ଥାପନ କରନ୍ତି।