27କାରଣ ସେମାନେ ତାହାଙ୍କ ଅନୁଗମନରୁ ବିମୁଖ ହେଲେ ଓ ତାହାଙ୍କର କୌଣସି ମାର୍ଗ ଆଦର କରିବାକୁ ଅନିଚ୍ଛୁକ ହେଲେ;
28ଏହିରୂପେ ସେମାନେ ତାହାଙ୍କ ଛାମୁରେ ଦରିଦ୍ରର କ୍ରନ୍ଦନ ଉପସ୍ଥିତ କରାଇଲେ, ତହୁଁ ସେ ଦୁଃଖୀର କ୍ରନ୍ଦନ ଶୁଣିଲେ।
29ସେ ଶାନ୍ତି ଦେଲେ, କିଏ ଦୋଷ ଦେଇ ପାରେ? ଓ ସେ ଆପଣା ମୁଖ ଆଚ୍ଛାଦନ କଲେ, କିଏ ତାହାଙ୍କୁ ଦେଖି ପାରେ? ଏହା କୌଣସି ଗୋଷ୍ଠୀ ଅବା କୌଣସି ବ୍ୟକ୍ତି ପ୍ରତି କରାଗଲେ, ଏକ ସମାନ ଥାଏ;
30ଏଣୁ ଅଧାର୍ମିକ ଲୋକ ରାଜତ୍ୱ କରେ ନାହିଁ, ଲୋକମାନଙ୍କୁ ଫାନ୍ଦରେ ପକାଇବାକୁ କେହି ନ ଥାଏ।
31କାରଣ କେହି କି ପରମେଶ୍ୱରଙ୍କୁ କହିଅଛି, ‘ମୁଁ ଶାସ୍ତି ଭୋଗ କରୁଅଛି, ଆଉ ଦୋଷ କରିବି ନାହିଁ;