ଆୟୁବ 34

ଏଣୁ ଅଧାର୍ମିକ ଲୋକ ରାଜତ୍ୱ କରେ ନାହିଁ, ଲୋକମାନଙ୍କୁ ଫାନ୍ଦରେ ପକାଇବାକୁ କେହି ନ ଥାଏ।

Job 34:30 (UKJV) That the hypocrite reign not, lest the people be ensnared.

28ଏହିରୂପେ ସେମାନେ ତାହାଙ୍କ ଛାମୁରେ ଦରିଦ୍ରର କ୍ରନ୍ଦନ ଉପସ୍ଥିତ କରାଇଲେ, ତହୁଁ ସେ ଦୁଃଖୀର କ୍ରନ୍ଦନ ଶୁଣିଲେ।

29ସେ ଶାନ୍ତି ଦେଲେ, କିଏ ଦୋଷ ଦେଇ ପାରେ? ଓ ସେ ଆପଣା ମୁଖ ଆଚ୍ଛାଦନ କଲେ, କିଏ ତାହାଙ୍କୁ ଦେଖି ପାରେ? ଏହା କୌଣସି ଗୋଷ୍ଠୀ ଅବା କୌଣସି ବ୍ୟକ୍ତି ପ୍ରତି କରାଗଲେ, ଏକ ସମାନ ଥାଏ;

30ଏଣୁ ଅଧାର୍ମିକ ଲୋକ ରାଜତ୍ୱ କରେ ନାହିଁ, ଲୋକମାନଙ୍କୁ ଫାନ୍ଦରେ ପକାଇବାକୁ କେହି ନ ଥାଏ।

31କାରଣ କେହି କି ପରମେଶ୍ୱରଙ୍କୁ କହିଅଛି, ‘ମୁଁ ଶାସ୍ତି ଭୋଗ କରୁଅଛି, ଆଉ ଦୋଷ କରିବି ନାହିଁ;

32ଯାହା ମୁଁ ଜାଣୁ ନାହିଁ, ତାହା ତୁମ୍ଭେ ମୋତେ ଶିଖାଅ; ଯଦି ମୁଁ ଅପରାଧ କରିଅଛି, ତେବେ ଆଉ ତାହା କରିବି ନାହିଁ?’

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.