ଆୟୁବ 34

‘ଆୟୁବ ନ ଜାଣି କଥା କହେ ଓ ତାହାର କଥାସବୁ ଜ୍ଞାନବର୍ଜ୍ଜିତ।’

Job 34:35 (UKJV) Job has spoken without knowledge, and his words were without wisdom.

33ତାହାଙ୍କ ଦତ୍ତ ପ୍ରତିଫଳ କି ତୁମ୍ଭ ଇଚ୍ଛାମତ ହେବ ଯେ, ତୁମ୍ଭେ ତାହା ଅଗ୍ରାହ୍ୟ କରୁଅଛ? କାରଣ ମନୋନୀତ କରିବାର ତୁମ୍ଭର କର୍ମ, ମୋହର ନୁହେଁ; ଏଥିପାଇଁ ଯାହା ତୁମ୍ଭେ ଜାଣ, ତାହା କୁହ।

34ବୁଦ୍ଧିମାନ ଲୋକେ ଏବଂ ମୋʼ କଥା ଶ୍ରବଣକାରୀ ପ୍ରତ୍ୟେକ ଜ୍ଞାନୀ ଲୋକ ମୋତେ କହିବେ;

35‘ଆୟୁବ ନ ଜାଣି କଥା କହେ ଓ ତାହାର କଥାସବୁ ଜ୍ଞାନବର୍ଜ୍ଜିତ।’

36ଆୟୁବ ଶେଷ ପର୍ଯ୍ୟନ୍ତ ପରୀକ୍ଷିତ ହେଉ, କାରଣ ସେ ଦୁଷ୍ଟ ଲୋକମାନଙ୍କ ପରି ଉତ୍ତର ଦେଇଅଛି।

37ଯେଣୁ ସେ ଆପଣା ପାପରେ ବିଦ୍ରୋହଭାବ ଯୋଗ କରୁଅଛି, ସେ ଆମ୍ଭମାନଙ୍କ ମଧ୍ୟରେ ହାତତାଳି ଦେଉଅଛି ଓ ପରମେଶ୍ୱରଙ୍କ ପ୍ରତିକୂଳରେ ଅନେକ କଥା କହୁଅଛି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.