34ବୁଦ୍ଧିମାନ ଲୋକେ ଏବଂ ମୋʼ କଥା ଶ୍ରବଣକାରୀ ପ୍ରତ୍ୟେକ ଜ୍ଞାନୀ ଲୋକ ମୋତେ କହିବେ;
35‘ଆୟୁବ ନ ଜାଣି କଥା କହେ ଓ ତାହାର କଥାସବୁ ଜ୍ଞାନବର୍ଜ୍ଜିତ।’
36ଆୟୁବ ଶେଷ ପର୍ଯ୍ୟନ୍ତ ପରୀକ୍ଷିତ ହେଉ, କାରଣ ସେ ଦୁଷ୍ଟ ଲୋକମାନଙ୍କ ପରି ଉତ୍ତର ଦେଇଅଛି।
37ଯେଣୁ ସେ ଆପଣା ପାପରେ ବିଦ୍ରୋହଭାବ ଯୋଗ କରୁଅଛି, ସେ ଆମ୍ଭମାନଙ୍କ ମଧ୍ୟରେ ହାତତାଳି ଦେଉଅଛି ଓ ପରମେଶ୍ୱରଙ୍କ ପ୍ରତିକୂଳରେ ଅନେକ କଥା କହୁଅଛି।”