ଆୟୁବ 34

ଯାହା ଯଥାର୍ଥ, ତାହା ଆମ୍ଭେମାନେ ଆପଣାମାନଙ୍କ ପାଇଁ ମନୋନୀତ କରୁ; ଯାହା ଭଲ, ତାହା ଆମ୍ଭେମାନେ ଆପଣାମାନଙ୍କ ମଧ୍ୟରେ ନିଶ୍ଚୟ କରୁ।

Job 34:4 (UKJV) Let us choose to us judgment: let us know among ourselves what is good.

2“ହେ ଜ୍ଞାନୀମାନେ, ମୋʼ କଥା ଶୁଣ, ହେ ବିଜ୍ଞମାନେ, ମୋʼ କଥାରେ କର୍ଣ୍ଣ ଦିଅ।

3କାରଣ ସ୍ୱାଦ ଯେପରି ଭକ୍ଷ୍ୟର ସ୍ୱାଦ ବୁଝେ, କର୍ଣ୍ଣ ସେପରି ବାକ୍ୟର ପରୀକ୍ଷା କରେ।

4ଯାହା ଯଥାର୍ଥ, ତାହା ଆମ୍ଭେମାନେ ଆପଣାମାନଙ୍କ ପାଇଁ ମନୋନୀତ କରୁ; ଯାହା ଭଲ, ତାହା ଆମ୍ଭେମାନେ ଆପଣାମାନଙ୍କ ମଧ୍ୟରେ ନିଶ୍ଚୟ କରୁ।

5କାରଣ ଆୟୁବ କହିଅଛି, ‘ମୁଁ ଧାର୍ମିକ, ପୁଣି ପରମେଶ୍ୱର ମୋହର ନ୍ୟାୟ ହରଣ କରିଅଛନ୍ତି;

6ମୁଁ ନ୍ୟାୟବାନ ହେଲେ ହେଁ ମିଥ୍ୟାବାଦୀ ଗଣିତ ହୋଇଅଛି; ମୁଁ ଅପରାଧରହିତ ହେଲେ ହେଁ ମୋହର କ୍ଷତି ପ୍ରତିକାରହୀନ।’

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.