4ଯାହା ଯଥାର୍ଥ, ତାହା ଆମ୍ଭେମାନେ ଆପଣାମାନଙ୍କ ପାଇଁ ମନୋନୀତ କରୁ; ଯାହା ଭଲ, ତାହା ଆମ୍ଭେମାନେ ଆପଣାମାନଙ୍କ ମଧ୍ୟରେ ନିଶ୍ଚୟ କରୁ।
5କାରଣ ଆୟୁବ କହିଅଛି, ‘ମୁଁ ଧାର୍ମିକ, ପୁଣି ପରମେଶ୍ୱର ମୋହର ନ୍ୟାୟ ହରଣ କରିଅଛନ୍ତି;
6ମୁଁ ନ୍ୟାୟବାନ ହେଲେ ହେଁ ମିଥ୍ୟାବାଦୀ ଗଣିତ ହୋଇଅଛି; ମୁଁ ଅପରାଧରହିତ ହେଲେ ହେଁ ମୋହର କ୍ଷତି ପ୍ରତିକାରହୀନ।’
7ଆୟୁବ ପରି କେଉଁ ଲୋକ ଅଛି? ସେ ଜଳ ପରି ନିନ୍ଦା ପାନ କରେ।
8ସେ ଅଧର୍ମାଚାରୀମାନଙ୍କ ସଙ୍ଗେ ଯାଏ ଓ ଦୁଷ୍ଟ ଲୋକମାନଙ୍କ ସଙ୍ଗେ ଗମନାଗମନ କରେ।