6ମୁଁ ନ୍ୟାୟବାନ ହେଲେ ହେଁ ମିଥ୍ୟାବାଦୀ ଗଣିତ ହୋଇଅଛି; ମୁଁ ଅପରାଧରହିତ ହେଲେ ହେଁ ମୋହର କ୍ଷତି ପ୍ରତିକାରହୀନ।’
7ଆୟୁବ ପରି କେଉଁ ଲୋକ ଅଛି? ସେ ଜଳ ପରି ନିନ୍ଦା ପାନ କରେ।
8ସେ ଅଧର୍ମାଚାରୀମାନଙ୍କ ସଙ୍ଗେ ଯାଏ ଓ ଦୁଷ୍ଟ ଲୋକମାନଙ୍କ ସଙ୍ଗେ ଗମନାଗମନ କରେ।
9କାରଣ ସେ କହିଅଛି, ‘ପରମେଶ୍ୱରଙ୍କଠାରେ ଆନନ୍ଦ କଲେ, ମନୁଷ୍ୟର କିଛି ଲାଭ ନାହିଁ।’
10ହେ ବୁଦ୍ଧିମାନ ଲୋକେ, ମୋʼ କଥା ଶୁଣ; ପରମେଶ୍ୱର ଯେ ଦୁଷ୍କର୍ମ କରିବେ, ଏହା ତାହାଙ୍କଠାରୁ ଦୂରେ ଥାଉ ଓ ସର୍ବଶକ୍ତିମାନ ଯେ ଅଧର୍ମ କରିବେ, ଏହା ତାହାଙ୍କଠାରୁ ଦୂରେ ଥାଉ।