9ଉପଦ୍ରବର ବାହୁଲ୍ୟ ସକାଶୁ ଲୋକେ କ୍ରନ୍ଦନ କରନ୍ତି; ବଳବାନର ବାହୁ ସକାଶୁ ସେମାନେ ସାହାଯ୍ୟ ପାଇଁ ଡାକ ପକାନ୍ତି।
10‘ମାତ୍ର ଯେ ରାତ୍ରିକାଳେ ଗାନ ପ୍ରଦାନ କରନ୍ତି, ଯେ ପୃଥିବୀର ପଶୁମାନଙ୍କ ଅପେକ୍ଷା ଆମ୍ଭମାନଙ୍କୁ ଅଧିକ ଶିକ୍ଷା ଦିଅନ୍ତି
11ଓ ଆକାଶର ପକ୍ଷୀଗଣ ଅପେକ୍ଷା ଆମ୍ଭମାନଙ୍କୁ ଅଧିକ ଜ୍ଞାନବାନ କରନ୍ତି, ଏପରି ମୋହର ସୃଷ୍ଟିକର୍ତ୍ତା ପରମେଶ୍ୱର କାହାନ୍ତି?’ ଏହା କେହି ନ କହେ।
12ଦୁଷ୍ଟ ଲୋକଙ୍କ ଅହଙ୍କାର ସକାଶୁ ସେମାନେ କ୍ରନ୍ଦନ କରନ୍ତି, ମାତ୍ର କେହି ଉତ୍ତର ଦିଏ ନାହିଁ।
13ନିଶ୍ଚୟ ପରମେଶ୍ୱର ଅସାର କଥା ଶୁଣିବେ ନାହିଁ, କିଅବା ସର୍ବଶକ୍ତିମାନ ତାହା ଆଦର କରିବେ ନାହିଁ।