10‘ମାତ୍ର ଯେ ରାତ୍ରିକାଳେ ଗାନ ପ୍ରଦାନ କରନ୍ତି, ଯେ ପୃଥିବୀର ପଶୁମାନଙ୍କ ଅପେକ୍ଷା ଆମ୍ଭମାନଙ୍କୁ ଅଧିକ ଶିକ୍ଷା ଦିଅନ୍ତି
11ଓ ଆକାଶର ପକ୍ଷୀଗଣ ଅପେକ୍ଷା ଆମ୍ଭମାନଙ୍କୁ ଅଧିକ ଜ୍ଞାନବାନ କରନ୍ତି, ଏପରି ମୋହର ସୃଷ୍ଟିକର୍ତ୍ତା ପରମେଶ୍ୱର କାହାନ୍ତି?’ ଏହା କେହି ନ କହେ।
12ଦୁଷ୍ଟ ଲୋକଙ୍କ ଅହଙ୍କାର ସକାଶୁ ସେମାନେ କ୍ରନ୍ଦନ କରନ୍ତି, ମାତ୍ର କେହି ଉତ୍ତର ଦିଏ ନାହିଁ।
13ନିଶ୍ଚୟ ପରମେଶ୍ୱର ଅସାର କଥା ଶୁଣିବେ ନାହିଁ, କିଅବା ସର୍ବଶକ୍ତିମାନ ତାହା ଆଦର କରିବେ ନାହିଁ।
14ତୁମ୍ଭେ ତ କହୁଅଛ, ମୁଁ ପରମେଶ୍ୱରଙ୍କୁ ଦେଖୁ ନାହିଁ, ବିଚାର ତାହାଙ୍କ ସମ୍ମୁଖରେ ଅଛି ଓ ମୁଁ ତାହାଙ୍କୁ ଅପେକ୍ଷା କରୁଅଛି; ତେବେ ମୁଁ ଏହି କଥାକୁ କେତେ ଅନାଦର କରିବି।