1ଆହୁରି, ଇଲୀହୂ ଉତ୍ତର କରି କହିଲା,
2“ତୁମ୍ଭେ କି ଏହାକୁ ଆପଣାର ନ୍ୟାୟ ବୋଲି ଜ୍ଞାନ କରୁଅଛ? ଅବା କହୁଅଛ? ପରମେଶ୍ୱରଙ୍କ ଧାର୍ମିକତା ଅପେକ୍ଷା ମୋହର ଧାର୍ମିକତା ଅଧିକ?
3ଏଥିପାଇଁ କି ତୁମ୍ଭେ କହୁଅଛ, ‘ଏଥିରୁ ମୋହର କେଉଁ ଫଳ ହେବ? ଓ ପାପ କଲେ ଯେଉଁ ଲାଭ ହୁଅନ୍ତା, ତହିଁରୁ କେଉଁ ଅଧିକ ଲାଭ ମୋହର ହେବ?’
4ମୁଁ ତୁମ୍ଭକୁ ଓ ତୁମ୍ଭ ସଙ୍ଗେ ତୁମ୍ଭ ସଙ୍ଗୀମାନଙ୍କୁ ଉତ୍ତର ଦେବି।
5ଗଗନମଣ୍ଡଳ ପ୍ରତି ଦୃଷ୍ଟି କରି ଅନାଅ ଓ ତୁମ୍ଭ ଅପେକ୍ଷା ଉଚ୍ଚ ଆକାଶମଣ୍ଡଳକୁ ଦେଖ।