5ଗଗନମଣ୍ଡଳ ପ୍ରତି ଦୃଷ୍ଟି କରି ଅନାଅ ଓ ତୁମ୍ଭ ଅପେକ୍ଷା ଉଚ୍ଚ ଆକାଶମଣ୍ଡଳକୁ ଦେଖ।
6ତୁମ୍ଭେ ପାପ କଲେ, ପରମେଶ୍ୱରଙ୍କ ବିରୁଦ୍ଧରେ କଅଣ କର? ଓ ତୁମ୍ଭର ଅପରାଧ ବୃଦ୍ଧି ପାଇଲେ, ତାହାଙ୍କ ପ୍ରତି ତୁମ୍ଭେ କଅଣ କର?
7ତୁମ୍ଭେ ଧାର୍ମିକ ହେଲେ, ତାହାଙ୍କୁ କଅଣ ଦିଅ? ଅବା ସେ ତୁମ୍ଭ ହସ୍ତରୁ କଅଣ ପାଆନ୍ତି?
8ତୁମ୍ଭର ଦୁଷ୍ଟତା ତୁମ୍ଭ ତୁଲ୍ୟ ମନୁଷ୍ୟର କ୍ଷତି କରିପାରେ ଓ ତୁମ୍ଭର ଧାର୍ମିକତା ମନୁଷ୍ୟ-ସନ୍ତାନର ଲାଭ କରିପାରେ।
9ଉପଦ୍ରବର ବାହୁଲ୍ୟ ସକାଶୁ ଲୋକେ କ୍ରନ୍ଦନ କରନ୍ତି; ବଳବାନର ବାହୁ ସକାଶୁ ସେମାନେ ସାହାଯ୍ୟ ପାଇଁ ଡାକ ପକାନ୍ତି।