11ଯଦି ସେମାନେ ଶୁଣି ତାହାଙ୍କର ସେବା କରିବେ, ତେବେ ସେମାନେ ସମୃଦ୍ଧିରେ ଆପଣା ଆପଣା ଦିନ ଓ ସୁଖରେ ଆପଣା ଆପଣା ବର୍ଷ କ୍ଷେପଣ କରିବେ।
12ମାତ୍ର ସେମାନେ ନ ଶୁଣିଲେ, ଖଡ୍ଗରେ ବିନଷ୍ଟ ହେବେ ଓ ଜ୍ଞାନବର୍ଜ୍ଜିତ ହୋଇ ମରିବେ।
13ମାତ୍ର ଅନ୍ତଃକରଣରେ ଅଧାର୍ମିକ ଲୋକମାନେ କ୍ରୋଧ ସଞ୍ଚୟ କରନ୍ତି; ସେ ସେମାନଙ୍କୁ ବାନ୍ଧିଲେ, ସେମାନେ ସାହାଯ୍ୟ ପାଇଁ ଡାକ ପକାନ୍ତି ନାହିଁ।
14ସେମାନେ ଯୌବନ କାଳରେ ମରନ୍ତି ଓ ଅଶୁଚି ଲୋକମାନଙ୍କ ମଧ୍ୟରେ ସେମାନଙ୍କ ଜୀବନ ବିନଷ୍ଟ ହୁଏ।
15ସେ ଦୁଃଖୀଲୋକକୁ ତାହାର ଦୁଃଖ ଦ୍ୱାରା ଉଦ୍ଧାର କରନ୍ତି ଓ ଉପଦ୍ରବ ଦ୍ୱାରା ସେମାନଙ୍କର କର୍ଣ୍ଣ ମୁକ୍ତ କରନ୍ତି।