17ମାତ୍ର ତୁମ୍ଭେ ଦୁଷ୍ଟର ବିଚାରରେ ପୂର୍ଣ୍ଣ ଅଛ; ବିଚାର ଓ ଶାସ୍ତି ତୁମ୍ଭକୁ ଧରିଅଛି।
18କୋପ ଅଛି, ଯେପରି ତୁମ୍ଭେ ଆପଣା ପ୍ରଚୁରତା ଦ୍ୱାରା ଭ୍ରାନ୍ତ ନ ହୁଅ; କିଅବା ପ୍ରାୟଶ୍ଚିତ୍ତର ମହତ୍ତ୍ୱ ତୁମ୍ଭକୁ ନ ଭୁଲାଏ, ଏଥିପାଇଁ ସାବଧାନ।
19ତୁମ୍ଭେ ଯେପରି ଦୁଃଖଗ୍ରସ୍ତ ନୋହିବ, ଏଥିପାଇଁ ତୁମ୍ଭର ଧନ ଓ ବଳର ସମସ୍ତ ପ୍ରତାପ କି ପ୍ରଚୁର ହେବ?
20ଯେଉଁ ରାତ୍ରିରେ ଗୋଷ୍ଠୀୟମାନେ ସ୍ୱ ସ୍ୱ ସ୍ଥାନରେ ଉଚ୍ଛିନ୍ନ ହୁଅନ୍ତି, ସେହି ରାତ୍ରି ବାଞ୍ଛା କର ନାହିଁ।
21ସାବଧାନ, ଅଧର୍ମକୁ ଆଦର କର ନାହିଁ; କାରଣ ତୁମ୍ଭେ ଦୁଃଖଭୋଗ ଅପେକ୍ଷା ଏହା ହିଁ ମନୋନୀତ କରିଅଛ।