22ଦେଖ, ପରମେଶ୍ୱର ଆପଣା ପରାକ୍ରମରେ ଉଚ୍ଚ ଭାବରେ କାର୍ଯ୍ୟ କରନ୍ତି; ତାହାଙ୍କ ପରି ଶିକ୍ଷକ କିଏ ଅଛି?
23କିଏ ତାହାଙ୍କର ଗନ୍ତବ୍ୟ ପଥ ନିରୂପଣ କରିଅଛି? ଅବା କିଏ କହିପାରେ, ‘ତୁମ୍ଭେ ଅଧର୍ମ କରିଅଛ?’
24ତାହାଙ୍କ କାର୍ଯ୍ୟର ମାହାତ୍ମ୍ୟ ପ୍ରକାଶ କରିବାକୁ ସ୍ମରଣ କର, ଲୋକମାନେ ତହିଁର କୀର୍ତ୍ତନ କରିଅଛନ୍ତି।
25ସମସ୍ତ ଲୋକ ତହିଁ ପ୍ରତି ନିରୀକ୍ଷଣ କରିଅଛନ୍ତି, ମନୁଷ୍ୟ ଦୂରରୁ ତାହା ଦେଖେ।
26ଦେଖ, ପରମେଶ୍ୱର ମହାନ ଓ ଆମ୍ଭେମାନେ ତାହାଙ୍କୁ ଜାଣୁ ନାହୁଁ; ତାହାଙ୍କ ବର୍ଷର ସଂଖ୍ୟା ଅନନୁସନ୍ଧେୟ।