29ମେଘମାଳର ପ୍ରସାରଣ ଓ ତାହାଙ୍କ ଚନ୍ଦ୍ରାତପର ଗର୍ଜ୍ଜନ କି କେହି ବୁଝିପାରେ?
30ଦେଖ, ସେ ଆପଣା ଚତୁର୍ଦ୍ଦିଗରେ ନିଜ ଦୀପ୍ତି ବିସ୍ତାର କରନ୍ତି; ପୁଣି, ସେ ସମୁଦ୍ରର ତଳଭାଗ ଆବୃତ କରନ୍ତି।
31କାରଣ ସେ ଏସବୁ ଦ୍ୱାରା ଗୋଷ୍ଠୀବର୍ଗର ଶାସନ କରନ୍ତି; ସେ ବହୁଳ ପରିମାଣରେ ଆହାର ଦିଅନ୍ତି।
32ସେ ବିଜୁଳିରେ ଆପଣା ହସ୍ତ ଆଚ୍ଛାଦନ କରନ୍ତି ଓ ଲକ୍ଷ୍ୟ ସ୍ଥଳ ଆଘାତ କରିବାକୁ ଆଜ୍ଞା ଦିଅନ୍ତି।
33ତହିଁର ଶବ୍ଦ ତାହାଙ୍କ ବିଷୟରେ ପରିଚୟ ଦିଏ, ପଶୁପଲ ମଧ୍ୟ ଆଗାମୀ ତୋଫାନ ବିଷୟ ଜଣାନ୍ତି।