5ଦେଖ, ପରମେଶ୍ୱର ପରାକ୍ରମୀ ଓ କାହାକୁ ତୁଚ୍ଛ କରନ୍ତି ନାହିଁ; ସେ ବୁଦ୍ଧିବଳରେ ପରାକ୍ରମୀ ଅଟନ୍ତି।
6ସେ ଦୁଷ୍ଟର ପ୍ରାଣ ରକ୍ଷା କରନ୍ତି ନାହିଁ; ମାତ୍ର ଦୁଃଖଗ୍ରସ୍ତମାନଙ୍କୁ ନ୍ୟାୟ ପ୍ରଦାନ କରନ୍ତି।
7ସେ ଧାର୍ମିକମାନଙ୍କଠାରୁ ଆପଣା ଦୃଷ୍ଟି ଫେରାନ୍ତି ନାହିଁ; ମାତ୍ର ସେ ସିଂହାସନୋପବିଷ୍ଟ ରାଜାଗଣ ସଙ୍ଗରେ ସଦାକାଳ ସେମାନଙ୍କୁ ସ୍ଥାପନ କରନ୍ତି ଓ ସେମାନେ ଉନ୍ନତ ହୁଅନ୍ତି।
8ପୁଣି, ଯଦି ସେମାନେ ଜଞ୍ଜିରରେ ବନ୍ଧାଯାʼନ୍ତି ଓ ଦୁଃଖରୂପ ରଜ୍ଜୁରେ ଧରାଯାʼନ୍ତି,
9ତେବେ ସେ ସେମାନଙ୍କର କ୍ରିୟା, ସେମାନଙ୍କର ଅପରାଧ ଓ ସେମାନଙ୍କର ଗର୍ବାଚରଣ ସେମାନଙ୍କୁ ଦେଖାନ୍ତି।