11ଆହୁରି, ସେ ନିବିଡ଼ ମେଘକୁ ଆର୍ଦ୍ରତାରେ ପୂର୍ଣ୍ଣ କରନ୍ତି; ସେ ଆପଣା ବିଜୁଳିର ମେଘ ବିସ୍ତାର କରନ୍ତି।
12ଆଉ, ସେ ଯାହା କିଛି ଆଜ୍ଞା କରନ୍ତି, ତାହା ବାସଯୋଗ୍ୟ ଭୂମଣ୍ଡଳରେ ସାଧନ କରିବା ପାଇଁ ତାହାଙ୍କ ଚାଳନ ଦ୍ୱାରା ତାହା ଘୂରେ।
13ଦଣ୍ଡ ନିମନ୍ତେ, ବା ଆପଣା ଦେଶ ନିମନ୍ତେ, ଅଥବା ଦୟା ନିମନ୍ତେ ହେଉ, ସେ ତାହା ଘଟାନ୍ତି।
14ହେ ଆୟୁବ, ଏଥିରେ କର୍ଣ୍ଣପାତ କର; ସ୍ଥିର ହୋଇ ଠିଆ ହୁଅ ଓ ପରମେଶ୍ୱରଙ୍କ ଆଶ୍ଚର୍ଯ୍ୟକ୍ରିୟାସବୁ ବିବେଚନା କର।
15ପରମେଶ୍ୱର କିପରି ସେମାନଙ୍କ ଉପରେ ଆପଣା ଆଜ୍ଞାଭାର ଥୁଅନ୍ତି ଓ ଆପଣା ମେଘର ବିଜୁଳିକୁ ଦୀପ୍ତିମାନ କରନ୍ତି, ଏହା କି ତୁମ୍ଭେ ଜାଣ?