13ଦଣ୍ଡ ନିମନ୍ତେ, ବା ଆପଣା ଦେଶ ନିମନ୍ତେ, ଅଥବା ଦୟା ନିମନ୍ତେ ହେଉ, ସେ ତାହା ଘଟାନ୍ତି।
14ହେ ଆୟୁବ, ଏଥିରେ କର୍ଣ୍ଣପାତ କର; ସ୍ଥିର ହୋଇ ଠିଆ ହୁଅ ଓ ପରମେଶ୍ୱରଙ୍କ ଆଶ୍ଚର୍ଯ୍ୟକ୍ରିୟାସବୁ ବିବେଚନା କର।
15ପରମେଶ୍ୱର କିପରି ସେମାନଙ୍କ ଉପରେ ଆପଣା ଆଜ୍ଞାଭାର ଥୁଅନ୍ତି ଓ ଆପଣା ମେଘର ବିଜୁଳିକୁ ଦୀପ୍ତିମାନ କରନ୍ତି, ଏହା କି ତୁମ୍ଭେ ଜାଣ?
16ତୁମ୍ଭେ କି ମେଘମାଳର ସମତୌଲ, ପରମ ଜ୍ଞାନୀଙ୍କର ଆଶ୍ଚର୍ଯ୍ୟକ୍ରିୟାସବୁ ଜାଣ?
17ଦକ୍ଷିଣ ବାୟୁ ସକାଶୁ ପୃଥିବୀ ସ୍ତବ୍ଧ ଥିବା ବେଳେ ତୁମ୍ଭର ବସ୍ତ୍ର କିପରି ଉଷ୍ଣ ହୁଏ?