15ପରମେଶ୍ୱର କିପରି ସେମାନଙ୍କ ଉପରେ ଆପଣା ଆଜ୍ଞାଭାର ଥୁଅନ୍ତି ଓ ଆପଣା ମେଘର ବିଜୁଳିକୁ ଦୀପ୍ତିମାନ କରନ୍ତି, ଏହା କି ତୁମ୍ଭେ ଜାଣ?
16ତୁମ୍ଭେ କି ମେଘମାଳର ସମତୌଲ, ପରମ ଜ୍ଞାନୀଙ୍କର ଆଶ୍ଚର୍ଯ୍ୟକ୍ରିୟାସବୁ ଜାଣ?
17ଦକ୍ଷିଣ ବାୟୁ ସକାଶୁ ପୃଥିବୀ ସ୍ତବ୍ଧ ଥିବା ବେଳେ ତୁମ୍ଭର ବସ୍ତ୍ର କିପରି ଉଷ୍ଣ ହୁଏ?
18ତୁମ୍ଭେ କି ଛାଞ୍ଚରେ ଢଳା ଦର୍ପଣ ପରି ଦୃଢ ଆକାଶମଣ୍ଡଳକୁ ତାହାଙ୍କ ସଙ୍ଗେ ବିସ୍ତାର କରିପାର?
19ତାହାଙ୍କୁ କଅଣ କହିବା, ତାହା ଆମ୍ଭମାନଙ୍କୁ ଶିଖାଅ; କାରଣ ଅନ୍ଧକାର ସକାଶୁ ଆମ୍ଭେମାନେ ଆପଣା କଥା ସଜାଇ ପାରୁ ନାହୁଁ।