18ତୁମ୍ଭେ କି ଛାଞ୍ଚରେ ଢଳା ଦର୍ପଣ ପରି ଦୃଢ ଆକାଶମଣ୍ଡଳକୁ ତାହାଙ୍କ ସଙ୍ଗେ ବିସ୍ତାର କରିପାର?
19ତାହାଙ୍କୁ କଅଣ କହିବା, ତାହା ଆମ୍ଭମାନଙ୍କୁ ଶିଖାଅ; କାରଣ ଅନ୍ଧକାର ସକାଶୁ ଆମ୍ଭେମାନେ ଆପଣା କଥା ସଜାଇ ପାରୁ ନାହୁଁ।
20ମୁଁ କଥା କହିବାକୁ ଇଚ୍ଛା କରେ ବୋଲି କି ତାହାଙ୍କୁ କୁହାଯିବ? ଅବା କୌଣସି ମନୁଷ୍ୟ କି ଗ୍ରାସି ହୋଇ ଯିବାକୁ ଇଚ୍ଛା କରିବ?
21ପୁଣି, ଏତେବେଳେ ଲୋକମାନେ ଆକାଶସ୍ଥ ତେଜସ୍କର ଦୀପ୍ତି ଦେଖନ୍ତି ନାହିଁ; ମାତ୍ର ବାୟୁ ବହି ତାହା ପରିଷ୍କାର କରେ।
22ଉତ୍ତର ଦିଗରୁ ସୁବର୍ଣ୍ଣମୟ ଆଭା ଆସେ; ପରମେଶ୍ୱରଙ୍କଠାରେ ଭୟାନକ ମହତ୍ତ୍ୱ ଥାଏ।