20ମୁଁ କଥା କହିବାକୁ ଇଚ୍ଛା କରେ ବୋଲି କି ତାହାଙ୍କୁ କୁହାଯିବ? ଅବା କୌଣସି ମନୁଷ୍ୟ କି ଗ୍ରାସି ହୋଇ ଯିବାକୁ ଇଚ୍ଛା କରିବ?
21ପୁଣି, ଏତେବେଳେ ଲୋକମାନେ ଆକାଶସ୍ଥ ତେଜସ୍କର ଦୀପ୍ତି ଦେଖନ୍ତି ନାହିଁ; ମାତ୍ର ବାୟୁ ବହି ତାହା ପରିଷ୍କାର କରେ।
22ଉତ୍ତର ଦିଗରୁ ସୁବର୍ଣ୍ଣମୟ ଆଭା ଆସେ; ପରମେଶ୍ୱରଙ୍କଠାରେ ଭୟାନକ ମହତ୍ତ୍ୱ ଥାଏ।
23ସର୍ବଶକ୍ତିମାନ ପରମେଶ୍ୱର! ଆମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇ ନ ପାରୁ; ସେ ପରାକ୍ରମରେ ଶ୍ରେଷ୍ଠ; ପୁଣି, ସେ ବିଚାର ଓ ପ୍ରଚୁର ନ୍ୟାୟଗୁଣ ହେତୁ କ୍ଳେଶ ଦେବେ ନାହିଁ।
24ଏଣୁ ନରଗଣ ତାହାଙ୍କୁ ଭୟ କରନ୍ତି; ଯେଉଁମାନେ ଅନ୍ତଃକରଣରେ ଜ୍ଞାନୀ, ସେ ସେମାନଙ୍କର ମୁଖାପେକ୍ଷା କରନ୍ତି ନାହିଁ।”