3ସେ ତାହା ସମୁଦାୟ ଆକାଶର ଅଧଃସ୍ଥାନକୁ ଓ ଆପଣା ବିଜୁଳିକୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ପ୍ରେରଣ କରନ୍ତି।
4ତହିଁ ପଛେ ଏକ ରବ ଗର୍ଜ୍ଜନ କରଇ, ସେ ଆପଣା ମହତ୍ତ୍ୱର ରବରେ ବଜ୍ରନାଦ କରନ୍ତି ଓ ତାହାଙ୍କ ରବ ଶୁଣାଗଲା ବେଳେ ସେ ତାହାସବୁ ନିବୃତ୍ତ କରନ୍ତି ନାହିଁ।
5ପରମେଶ୍ୱର ଆପଣା ରବରେ ଆଶ୍ଚର୍ଯ୍ୟ ରୂପେ ଗର୍ଜ୍ଜନ କରନ୍ତି; ସେ ଆମ୍ଭମାନଙ୍କ ବୋଧର ଅଗମ୍ୟ ମହତ କାର୍ଯ୍ୟ କରନ୍ତି।
6କାରଣ ସେ ହିମକୁ କହନ୍ତି, ତୁମ୍ଭେ ପୃଥିବୀରେ ପଡ଼; ସେ ସାମାନ୍ୟ ବୃଷ୍ଟିକୁ ଓ ଆପଣାର ପ୍ରବଳ ବୃଷ୍ଟିକୁ ସେହିପରି କହନ୍ତି।
7ଯେପରି ତାହାଙ୍କର ସୃଷ୍ଟ ସମସ୍ତ ମନୁଷ୍ୟ ତାହା ଜାଣି ପାରିବେ, ଏଥିପାଇଁ ସେ ପ୍ରତ୍ୟେକ ମନୁଷ୍ୟର ହସ୍ତ ମୋହରାଙ୍କିତ କରନ୍ତି।