5ପରମେଶ୍ୱର ଆପଣା ରବରେ ଆଶ୍ଚର୍ଯ୍ୟ ରୂପେ ଗର୍ଜ୍ଜନ କରନ୍ତି; ସେ ଆମ୍ଭମାନଙ୍କ ବୋଧର ଅଗମ୍ୟ ମହତ କାର୍ଯ୍ୟ କରନ୍ତି।
6କାରଣ ସେ ହିମକୁ କହନ୍ତି, ତୁମ୍ଭେ ପୃଥିବୀରେ ପଡ଼; ସେ ସାମାନ୍ୟ ବୃଷ୍ଟିକୁ ଓ ଆପଣାର ପ୍ରବଳ ବୃଷ୍ଟିକୁ ସେହିପରି କହନ୍ତି।
7ଯେପରି ତାହାଙ୍କର ସୃଷ୍ଟ ସମସ୍ତ ମନୁଷ୍ୟ ତାହା ଜାଣି ପାରିବେ, ଏଥିପାଇଁ ସେ ପ୍ରତ୍ୟେକ ମନୁଷ୍ୟର ହସ୍ତ ମୋହରାଙ୍କିତ କରନ୍ତି।
8ସେତେବେଳେ ପଶୁମାନେ ଆଶ୍ରୟ ସ୍ଥାନକୁ ଯାʼନ୍ତି ଓ ଆପଣା ଆପଣା ଗହ୍ୱରରେ ରହନ୍ତି।
9ଦକ୍ଷିଣସ୍ଥ ମଣ୍ଡଳରୁ ବତାସ ଆସେ ଓ ଉତ୍ତରରୁ ଶୀତ ଆସେ।