7ଯେପରି ତାହାଙ୍କର ସୃଷ୍ଟ ସମସ୍ତ ମନୁଷ୍ୟ ତାହା ଜାଣି ପାରିବେ, ଏଥିପାଇଁ ସେ ପ୍ରତ୍ୟେକ ମନୁଷ୍ୟର ହସ୍ତ ମୋହରାଙ୍କିତ କରନ୍ତି।
8ସେତେବେଳେ ପଶୁମାନେ ଆଶ୍ରୟ ସ୍ଥାନକୁ ଯାʼନ୍ତି ଓ ଆପଣା ଆପଣା ଗହ୍ୱରରେ ରହନ୍ତି।
9ଦକ୍ଷିଣସ୍ଥ ମଣ୍ଡଳରୁ ବତାସ ଆସେ ଓ ଉତ୍ତରରୁ ଶୀତ ଆସେ।
10ପରମେଶ୍ୱରଙ୍କ ନିଶ୍ୱାସରେ ହିମାନୀ ଜନ୍ମେ ଓ ଜଳରାଶିର ବିସ୍ତୃତି ସଂକୀର୍ଣ୍ଣ ହୁଏ।
11ଆହୁରି, ସେ ନିବିଡ଼ ମେଘକୁ ଆର୍ଦ୍ରତାରେ ପୂର୍ଣ୍ଣ କରନ୍ତି; ସେ ଆପଣା ବିଜୁଳିର ମେଘ ବିସ୍ତାର କରନ୍ତି।