8ଅବା ଯେତେବେଳେ ଗର୍ଭରୁ ନିର୍ଗତ ହେବା ତୁଲ୍ୟ ସମୁଦ୍ର ବାହାରିଲା, ଯେତେବେଳେ ଆମ୍ଭେ ମେଘକୁ ତହିଁର ବସ୍ତ୍ର ସ୍ୱରୂପ
9ଓ ନିବିଡ଼ ଅନ୍ଧକାରକୁ ତହିଁର ଗୁଡ଼ାଇବା ବସ୍ତ୍ର ସ୍ୱରୂପ କଲୁ,
10ପୁଣି ତହିଁ ନିମନ୍ତେ ଆମ୍ଭେ ଆପଣା ବିଧି ନିରୂପଣ କରି ଅର୍ଗଳ ଓ କବାଟ ସ୍ଥାପନ କଲୁ,
11‘ତୁମ୍ଭେ ଏପର୍ଯ୍ୟନ୍ତ ଆସିବ, ମାତ୍ର ଆଉ ବଢ଼ିବ ନାହିଁ ଓ ଏହିଠାରେ ତୁମ୍ଭର ଗର୍ବିତ ତରଙ୍ଗ ନିବାରିତ ହେବ ବୋଲି କହିଲୁ; ସେତେବେଳେ କିଏ କବାଟ ଦେଇ ସମୁଦ୍ରକୁ ରୁଦ୍ଧ କଲା?’
12ଯେପରି ପ୍ରଭାତ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଅବଲମ୍ବନ କରିବ ଓ ଦୁଷ୍ଟମାନେ ପୃଥିବୀରୁ ଝଡ଼ି ପଡ଼ିବେ;