10ପୁଣି ତହିଁ ନିମନ୍ତେ ଆମ୍ଭେ ଆପଣା ବିଧି ନିରୂପଣ କରି ଅର୍ଗଳ ଓ କବାଟ ସ୍ଥାପନ କଲୁ,
11‘ତୁମ୍ଭେ ଏପର୍ଯ୍ୟନ୍ତ ଆସିବ, ମାତ୍ର ଆଉ ବଢ଼ିବ ନାହିଁ ଓ ଏହିଠାରେ ତୁମ୍ଭର ଗର୍ବିତ ତରଙ୍ଗ ନିବାରିତ ହେବ ବୋଲି କହିଲୁ; ସେତେବେଳେ କିଏ କବାଟ ଦେଇ ସମୁଦ୍ରକୁ ରୁଦ୍ଧ କଲା?’
12ଯେପରି ପ୍ରଭାତ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଅବଲମ୍ବନ କରିବ ଓ ଦୁଷ୍ଟମାନେ ପୃଥିବୀରୁ ଝଡ଼ି ପଡ଼ିବେ;
13ଏଥିପାଇଁ ତୁମ୍ଭେ କି ଆପଣା ଦିନର ଆରମ୍ଭଠାରୁ ପ୍ରଭାତକୁ ଆଜ୍ଞା ଦେଉଅଛ ଓ ଅରୁଣକୁ ତହିଁର ଉଦୟ ସ୍ଥାନ ଜଣାଇଅଛ?
14ମୋହରାଙ୍କିତ ମୃତ୍ତିକା ତୁଲ୍ୟ ତାହା ରୂପାନ୍ତରିତ ହୁଏ; ଓ ସକଳ ପଦାର୍ଥ ବସ୍ତ୍ର ତୁଲ୍ୟ ଦେଖାଯାଏ;