16ତୁମ୍ଭେ କି ସମୁଦ୍ରର ଝର ପର୍ଯ୍ୟନ୍ତ ପ୍ରବେଶ କରିଅଛ? ଅବା ତୁମ୍ଭେ କି ବାରିଧିର ଗୁପ୍ତସ୍ଥଳୀମାନଙ୍କରେ ଗତାୟାତ କରିଅଛ?
17ତୁମ୍ଭ ନିକଟରେ କି ମୃତ୍ୟୁର ଦ୍ୱାରସବୁ ପ୍ରକାଶିତ ହୋଇଅଛି? ଅବା ତୁମ୍ଭେ କି ମୃତ୍ୟୁୁଚ୍ଛାୟାର ଦ୍ୱାରସବୁ ଦେଖିଅଛ?
18ତୁମ୍ଭେ କି ପୃଥିବୀର ବିସ୍ତୃତି ବୁଝିଅଛ? ଏସବୁ ଯଦି ଜାଣ, ପ୍ରକାଶ କର।
19ଦୀପ୍ତିର ବାସସ୍ଥାନକୁ ପଥ କାହିଁ? ଓ ଅନ୍ଧକାରର ସ୍ଥାନ କେଉଁଠାରେ?
20ତୁମ୍ଭେ କି ତହିଁର ସୀମାକୁ ତାହାକୁ ନେଇପାର? ଓ ତହିଁର ଗୃହ-ପଥ କି ଚିହ୍ନିପାର?