20ତୁମ୍ଭେ କି ତହିଁର ସୀମାକୁ ତାହାକୁ ନେଇପାର? ଓ ତହିଁର ଗୃହ-ପଥ କି ଚିହ୍ନିପାର?
21ସନ୍ଦେହ ନାହିଁ, ତୁମ୍ଭେ ଜାଣ, କାରଣ ସେତେବେଳେ ତୁମ୍ଭେ ଜନ୍ମ ହୋଇଥିଲ ଓ ତୁମ୍ଭ ଦିନର ସଂଖ୍ୟା ବହୁତ!
22ତୁମ୍ଭେ ହିମ ଭଣ୍ଡାରରେ ପ୍ରବେଶ କରିଅଛ? ଅବା ଆମ୍ଭେ ସଙ୍କଟ କାଳ ଓ ସଂଗ୍ରାମ ଓ ଯୁଦ୍ଧ ଦିନ ନିମନ୍ତେ ଯେଉଁ ଶିଳାବୃଷ୍ଟି ସଞ୍ଚୟ କରିଅଛୁ,
23ତହିଁର ଭଣ୍ଡାର କି ତୁମ୍ଭେ ଦେଖିଅଛ?
24କେଉଁ ପଥରେ ଦୀପ୍ତି ବିଭକ୍ତ ହୁଏ, ଅବା ପୂର୍ବୀୟ ବାୟୁ ପୃଥିବୀରେ ବ୍ୟାପ୍ତ ହୁଏ?