27ମରୁଭୂମି ଓ ଶୁଷ୍କସ୍ଥାନ ତୃପ୍ତ କରିବାକୁ ଓ କୋମଳ ତୃଣ ଅଙ୍କୁରିତ ହେବାକୁ ଦିଅନ୍ତି?
28ବୃଷ୍ଟିର କି ପିତା ଅଛି? ଅବା କିଏ ଶିଶିର ବିନ୍ଦୁସବୁ ଜାତ କରିଅଛି?
29କାହାର ଗର୍ଭରୁ ହିମାନୀ ନିର୍ଗତ ହୋଇଅଛି? ଓ କିଏ ଆକାଶର ତୁଷାରକୁ ଜନ୍ମ ଦେଇଅଛି?
30ଜଳରାଶି ପ୍ରସ୍ତରାଚ୍ଛାଦିତ ହେଲା ପରି ହୁଏ ଓ ବାରିଧିର ଉପରଭାଗ ଜମାଟ ହୁଏ।
31ତୁମ୍ଭେ କି କୃତ୍ତିକା-ନକ୍ଷତ୍ରପୁଞ୍ଜ ବାନ୍ଧିପାର? ଓ ମୃଗଶୀର୍ଷର ବନ୍ଧନ ଫିଟାଇପାର?