29କାହାର ଗର୍ଭରୁ ହିମାନୀ ନିର୍ଗତ ହୋଇଅଛି? ଓ କିଏ ଆକାଶର ତୁଷାରକୁ ଜନ୍ମ ଦେଇଅଛି?
30ଜଳରାଶି ପ୍ରସ୍ତରାଚ୍ଛାଦିତ ହେଲା ପରି ହୁଏ ଓ ବାରିଧିର ଉପରଭାଗ ଜମାଟ ହୁଏ।
31ତୁମ୍ଭେ କି କୃତ୍ତିକା-ନକ୍ଷତ୍ରପୁଞ୍ଜ ବାନ୍ଧିପାର? ଓ ମୃଗଶୀର୍ଷର ବନ୍ଧନ ଫିଟାଇପାର?
32ତୁମ୍ଭେ କି ରାଶିଗଣକୁ ସ୍ୱ ସ୍ୱ ଋତୁରେ ଚଳାଇପାର? ଅବା ତୁମ୍ଭେ କି ସ୍ୱାତୀ ଓ ତହିଁର ସହଚରଗଣକୁ ପଥ ଦେଖାଇପାର?
33ତୁମ୍ଭେ କି ଆକାଶମଣ୍ଡଳର ବିଧାନସବୁ ଜାଣ? ତୁମ୍ଭେ କି ପୃଥିବୀରେ ତହିଁର କର୍ତ୍ତୃତ୍ୱ ସ୍ଥାପନ କରିପାର?