34ଯେପରି ଅପାର ଜଳ ତୁମ୍ଭକୁ ଆଚ୍ଛନ୍ନ କରି ପାରିବ, ଏଥିପାଇଁ ତୁମ୍ଭେ କି ମେଘ ପର୍ଯ୍ୟନ୍ତ ଆପଣା ରବ ଉଠାଇପାର?
35ବିଜୁଳି ଯେପରି ଯିବେ ଓ ତୁମ୍ଭକୁ କହିବେ, ‘ଆମ୍ଭେମାନେ ଏଠାରେ ଅଛୁ,’ ଏଥିପାଇଁ କି ତୁମ୍ଭେ ସେମାନଙ୍କୁ ପଠାଇପାର?
36କିଏ ଅନ୍ତରେ ଜ୍ଞାନ ସ୍ଥାପନ କରିଅଛି? ଅବା ମନକୁ କିଏ ବୁଦ୍ଧି ଦେଇଅଛି?
37କିଏ ଜ୍ଞାନ ଦ୍ୱାରା ମେଘମାଳ ଗଣନା କରିପାରେ?
38ଧୂଳି ରାଶୀକୃତ ହୋଇ ଟେଳା ବାନ୍ଧିବା ବେଳେ କିଏ ଆକାଶସ୍ଥ କୁମ୍ପାସବୁ ଢାଳି ଦେଇ ପାରେ?