3ଏବେ ତୁମ୍ଭେ ବୀର ପରି ଆପଣା କଟି ବାନ୍ଧ, କାରଣ ଆମ୍ଭେ ତୁମ୍ଭକୁ ପ୍ରଶ୍ନ କରିବା ଓ ତୁମ୍ଭେ ଆମ୍ଭକୁ ବୁଝାଇ ଦିଅ।
4ଯେତେବେଳେ ଆମ୍ଭେ ପୃଥିବୀର ଭିତ୍ତିମୂଳ ସ୍ଥାପନ କଲୁ, ସେତେବେଳେ ତୁମ୍ଭେ କେଉଁଠାରେ ଥିଲ? ବୁଦ୍ଧି ଥିଲେ, ବୁଝାଇ ଦିଅ।
5ତୁମ୍ଭେ କି ଜାଣ, କିଏ ତହିଁର ପରିମାଣ ନିରୂପଣ କଲା? ଅବା କିଏ ତହିଁ ଉପରେ ପରିମାପକ ରଜ୍ଜୁ ପ୍ରସାରିଲା?
6କାହା ଉପରେ ତହିଁର ଭିତ୍ତିମୂଳ ଦୃଢ଼ୀକୃତ ହେଲା? ଅବା ପ୍ରଭାତୀୟ ନକ୍ଷତ୍ରଗଣ ଏକ ସଙ୍ଗେ ଗାନ କରିବା ବେଳେ
7ଓ ପରମେଶ୍ୱରଙ୍କ ଦୂତଗଣ ଆନନ୍ଦରେ ଜୟଧ୍ୱନି କରିବା ବେଳେ କିଏ ତହିଁର କୋଣ-ପ୍ରସ୍ତର ବସାଇଲା?