ଆୟୁବ 39

ତାହାର ବହୁତ ବଳ ଥିବାରୁ ତୁମ୍ଭେ କି ତାହାକୁ ବିଶ୍ୱାସ କରିବ? ଅବା ତୁମ୍ଭେ କି ଆପଣା କର୍ମ ତାହାକୁ ସମର୍ପଣ କରିବ?

Job 39:11 (UKJV) Will you trust him, because his strength is great? or will you leave your labour to him?

9ଅରଣା ଷଣ୍ଢ କି ତୁମ୍ଭର ସେବା କରିବାକୁ ସନ୍ତୁଷ୍ଟ ହେବ? ଅବା ସେ କି ତୁମ୍ଭ କୁଣ୍ଡ ପାଖରେ ରହିବ?

10ତୁମ୍ଭେ କି ଅରଣା ଷଣ୍ଢକୁ ତାହାର ବନ୍ଧନରେ ବାନ୍ଧି ଲଙ୍ଗଳଶିଆରରେ ଚଳାଇପାର? ଅବା ସେ କି ତୁମ୍ଭ ପଛେ ପଛେ ଉପତ୍ୟକାରେ ମଇ ଦେବ?

11ତାହାର ବହୁତ ବଳ ଥିବାରୁ ତୁମ୍ଭେ କି ତାହାକୁ ବିଶ୍ୱାସ କରିବ? ଅବା ତୁମ୍ଭେ କି ଆପଣା କର୍ମ ତାହାକୁ ସମର୍ପଣ କରିବ?

12ସେ ତୁମ୍ଭ ଶସ୍ୟ ଗୃହକୁ ଆଣିବ ଓ ତୁମ୍ଭ ଖଳାର ଶସ୍ୟ ସଂଗ୍ରହ କରିବ ବୋଲି କି ତୁମ୍ଭେ ତାହାଠାରେ ନିର୍ଭର କରିବ?

13ଓଟପକ୍ଷୀଣୀର ପକ୍ଷ ଉଲ୍ଲାସ କରେ; ମାତ୍ର ତାହାର ଡେଣା ଓ ପର କି ସ୍ନେହଶୀଳ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.