13ଓଟପକ୍ଷୀଣୀର ପକ୍ଷ ଉଲ୍ଲାସ କରେ; ମାତ୍ର ତାହାର ଡେଣା ଓ ପର କି ସ୍ନେହଶୀଳ?
14କାରଣ ସେ ଭୂମିରେ ଆପଣା ଅଣ୍ଡା ଛାଡ଼େ ଓ ଧୂଳିରେ ତାହା ଉଷ୍ଣ କରେ,
15ଆଉ ପାଦରେ ତାହା ଭଗ୍ନ ଅବା ବନ୍ୟ ପଶୁ ଦ୍ୱାରା ତାହା ଦଳିତ ହେବ ବୋଲି ପାସୋରି ଯାଏ।
16ତାହାର ଛୁଆମାନେ ତାହାର ନିଜର ନ ଥିଲା ପରି ସେ ସେମାନଙ୍କ ପ୍ରତି ନିର୍ଦ୍ଦୟ ହୁଏ; ତାହାର ପ୍ରସବବେଦନା ବିଫଳ ହେଲେ ହେଁ ସେ ନିଶ୍ଚିନ୍ତ ଥାଏ;
17କାରଣ ପରମେଶ୍ୱର ତାହାକୁ ଜ୍ଞାନରହିତ କରିଅଛନ୍ତି, ଅଥବା ସେ ତାହାକୁ ବୁଦ୍ଧି ଦେଇ ନାହାନ୍ତି।