1ତୁମ୍ଭେ କି ଶୈଳବାସିନୀ ବନ୍ୟ ଛାଗୀର ପ୍ରସବକାଳ ଜାଣ? ଅବା ହରିଣୀର ପ୍ରସବରୀତି ନିର୍ଣ୍ଣୟ କରିପାର?
2ତୁମ୍ଭେ କି ସେମାନଙ୍କର ଗର୍ଭମାସ ଗଣନା କରିପାର? ସେମାନଙ୍କର ପ୍ରସବ-ସମୟ କି ତୁମ୍ଭେ ଜାଣ?
3ସେମାନେ ନଇଁ ପଡ଼ିଲେ, ଛୁଆ ପ୍ରସବ କରି ଆପଣା ଦୁଃଖ ଦୂର କରନ୍ତି।
4ସେମାନଙ୍କ ଛୁଆମାନେ ହୃଷ୍ଟପୁଷ୍ଟ ହୁଅନ୍ତି, ମେଲା ପଦାରେ ବଢ଼ନ୍ତି; ସେମାନେ ବାହାରିଯାଇ ଆସନ୍ତି ନାହିଁ।