18ସେ ଉପରକୁ ଉଠିଲେ, ଅଶ୍ୱ ଓ ଅଶ୍ୱାରୋହୀକି ପରିହାସ କରେ।
19ତୁମ୍ଭେ କି ଅଶ୍ୱକୁ ତାହାର ବିକ୍ରମ ଦେଇଅଛ? ତୁମ୍ଭେ କି କମ୍ପମାନ କେଶରରେ ତାହାର ଗ୍ରୀବାଦେଶ ଭୂଷିତ କରିଅଛ?
20ତୁମ୍ଭେ କି ତାହାକୁ ପଙ୍ଗପାଳ ପରି କୁଦିବାକୁ ଦେଇଅଛ? ତାହାର ନାସାଶବ୍ଦର ତେଜ ଭୟାନକ।
21ସେ ଉପତ୍ୟକାରେ ଖୁରା ମାରେ ଓ ଆପଣା ବଳରେ ଆନନ୍ଦ କରନ୍ତେ ସେ ସସଜ୍ଜ ଯୋଦ୍ଧାମାନଙ୍କୁ ଭେଟିବାକୁ ଯାଏ।
22ସେ ଭୟକୁ ପରିହାସ କରେ ଓ ଉଦ୍ବିଗ୍ନ ହୁଏ ନାହିଁ; କିଅବା ଖଡ୍ଗ ସମ୍ମୁଖରୁ ଫେରେ ନାହିଁ।