19ତୁମ୍ଭେ କି ଅଶ୍ୱକୁ ତାହାର ବିକ୍ରମ ଦେଇଅଛ? ତୁମ୍ଭେ କି କମ୍ପମାନ କେଶରରେ ତାହାର ଗ୍ରୀବାଦେଶ ଭୂଷିତ କରିଅଛ?
20ତୁମ୍ଭେ କି ତାହାକୁ ପଙ୍ଗପାଳ ପରି କୁଦିବାକୁ ଦେଇଅଛ? ତାହାର ନାସାଶବ୍ଦର ତେଜ ଭୟାନକ।
21ସେ ଉପତ୍ୟକାରେ ଖୁରା ମାରେ ଓ ଆପଣା ବଳରେ ଆନନ୍ଦ କରନ୍ତେ ସେ ସସଜ୍ଜ ଯୋଦ୍ଧାମାନଙ୍କୁ ଭେଟିବାକୁ ଯାଏ।
22ସେ ଭୟକୁ ପରିହାସ କରେ ଓ ଉଦ୍ବିଗ୍ନ ହୁଏ ନାହିଁ; କିଅବା ଖଡ୍ଗ ସମ୍ମୁଖରୁ ଫେରେ ନାହିଁ।
23ତୂଣ, ଝଲମଲ ବର୍ଚ୍ଛା ଓ ଶୂଳ ତାହା ପ୍ରତିକୂଳରେ ଝନ୍ଝନ୍ ଶବ୍ଦ କରେ।