ଆୟୁବ 39

ସେ ଭୟକୁ ପରିହାସ କରେ ଓ ଉଦ୍‍ବିଗ୍ନ ହୁଏ ନାହିଁ; କିଅବା ଖଡ୍ଗ ସମ୍ମୁଖରୁ ଫେରେ ନାହିଁ।

Job 39:22 (UKJV) He mocks at fear, and is not affrighted; neither turns he back from the sword.

20ତୁମ୍ଭେ କି ତାହାକୁ ପଙ୍ଗପାଳ ପରି କୁଦିବାକୁ ଦେଇଅଛ? ତାହାର ନାସାଶବ୍ଦର ତେଜ ଭୟାନକ।

21ସେ ଉପତ୍ୟକାରେ ଖୁରା ମାରେ ଓ ଆପଣା ବଳରେ ଆନନ୍ଦ କରନ୍ତେ ସେ ସସଜ୍ଜ ଯୋଦ୍ଧାମାନଙ୍କୁ ଭେଟିବାକୁ ଯାଏ।

22ସେ ଭୟକୁ ପରିହାସ କରେ ଓ ଉଦ୍‍ବିଗ୍ନ ହୁଏ ନାହିଁ; କିଅବା ଖଡ୍ଗ ସମ୍ମୁଖରୁ ଫେରେ ନାହିଁ।

23ତୂଣ, ଝଲମଲ ବର୍ଚ୍ଛା ଓ ଶୂଳ ତାହା ପ୍ରତିକୂଳରେ ଝନ୍‍ଝନ୍‍ ଶବ୍ଦ କରେ।

24ସେ ପ୍ରଚଣ୍ଡତା ଓ କ୍ରୋଧରେ ଭୂମି ଗ୍ରାସି ପକାଏ; କିଅବା ଏହା ତୂରୀ ଶବ୍ଦ ବୋଲି ବିଶ୍ୱାସ କରେ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.