23ତୂଣ, ଝଲମଲ ବର୍ଚ୍ଛା ଓ ଶୂଳ ତାହା ପ୍ରତିକୂଳରେ ଝନ୍ଝନ୍ ଶବ୍ଦ କରେ।
24ସେ ପ୍ରଚଣ୍ଡତା ଓ କ୍ରୋଧରେ ଭୂମି ଗ୍ରାସି ପକାଏ; କିଅବା ଏହା ତୂରୀ ଶବ୍ଦ ବୋଲି ବିଶ୍ୱାସ କରେ ନାହିଁ।
25ଯେତେ ଥର ତୂରୀ ବାଜେ, ସେତେଥର ସେ ହିଁ ହିଁ ଶବ୍ଦ କରେ! ଓ ସେ ଦୂରରୁ ସଂଗ୍ରାମର, ସେନାପତିମାନଙ୍କର ହୁଙ୍କାର ଓ ସିଂହନାଦର ଗନ୍ଧ ପାଏ।
26ତୁମ୍ଭ ଜ୍ଞାନରେ କି ବାଜପକ୍ଷୀ ଉପରକୁ ଉଡ଼େ ଓ ଦକ୍ଷିଣ ଦିଗକୁ ଆପଣା ପକ୍ଷ ବିସ୍ତାର କରେ?
27ଉତ୍କ୍ରୋଶ ପକ୍ଷୀ ତୁମ୍ଭ ଆଜ୍ଞାରେ କି ଉପରକୁ ଉଠେ ଓ ଊର୍ଦ୍ଧ୍ୱରେ ଆପଣା ବସା କରେ?