25ଯେତେ ଥର ତୂରୀ ବାଜେ, ସେତେଥର ସେ ହିଁ ହିଁ ଶବ୍ଦ କରେ! ଓ ସେ ଦୂରରୁ ସଂଗ୍ରାମର, ସେନାପତିମାନଙ୍କର ହୁଙ୍କାର ଓ ସିଂହନାଦର ଗନ୍ଧ ପାଏ।
26ତୁମ୍ଭ ଜ୍ଞାନରେ କି ବାଜପକ୍ଷୀ ଉପରକୁ ଉଡ଼େ ଓ ଦକ୍ଷିଣ ଦିଗକୁ ଆପଣା ପକ୍ଷ ବିସ୍ତାର କରେ?
27ଉତ୍କ୍ରୋଶ ପକ୍ଷୀ ତୁମ୍ଭ ଆଜ୍ଞାରେ କି ଉପରକୁ ଉଠେ ଓ ଊର୍ଦ୍ଧ୍ୱରେ ଆପଣା ବସା କରେ?
28ସେ ଶୈଳରେ ବାସ କରେ, ସେଠାରେ ତାହାର ବସା, ସେ ଶୈଳାଗ୍ରରେ ଓ ଦୁର୍ଗମ ସ୍ଥାନରେ ଥାଏ।
29ସେଠାରୁ ସେ ଶିକାର ନିରୀକ୍ଷଣ କରେ; ତାହାର ଚକ୍ଷୁ ଦୂରରୁ ତାହା ଦେଖେ।