3ସେମାନେ ନଇଁ ପଡ଼ିଲେ, ଛୁଆ ପ୍ରସବ କରି ଆପଣା ଦୁଃଖ ଦୂର କରନ୍ତି।
4ସେମାନଙ୍କ ଛୁଆମାନେ ହୃଷ୍ଟପୁଷ୍ଟ ହୁଅନ୍ତି, ମେଲା ପଦାରେ ବଢ଼ନ୍ତି; ସେମାନେ ବାହାରିଯାଇ ଆସନ୍ତି ନାହିଁ।
5କିଏ ବନ୍ୟ ଗର୍ଦ୍ଦଭକୁ ସ୍ୱାଧୀନ କରି ଛାଡ଼ି ଦେଇଅଛି? ଅବା କିଏ ବନ୍ୟ ଗର୍ଦ୍ଦଭର ବନ୍ଧନ ମୁକ୍ତ କରିଅଛି?
6ଆମ୍ଭେ ବନକୁ ତାହାର ଗୃହ ଓ ଲବଣ ଭୂମିକୁ ତାହାର ନିବାସ ସ୍ଥାନ କରିଅଛୁ।
7ସେ ନଗରର ଚହଳ ତୁଚ୍ଛ କରେ, କିଅବା ଅଡ଼ାଇବା ଲୋକର ଉଚ୍ଚ ଶବ୍ଦ ଶୁଣେ ନାହିଁ।