ଆୟୁବ 4

ସିଂହର ଗର୍ଜ୍ଜନ ଓ ଭୟାନକ ସିଂହର ହୁଙ୍କାର ଓ ଯୁବା ସିଂହର ଦନ୍ତ ଭଗ୍ନ ହୁଏ।

Job 4:10 (UKJV) The roaring of the lion, and the voice of the fierce lion, and the teeth of the young lions, are broken.

8ମୋହର ଦେଖିଲା ପ୍ରମାଣେ, ଯେଉଁମାନେ ଅଧର୍ମ ଚଷନ୍ତି ଓ ଦୁଃଖରୂପ ବୀଜ ବୁଣନ୍ତି, ସେମାନେ ତାହା ହିଁ କାଟନ୍ତି।

9ସେମାନେ ପରମେଶ୍ୱରଙ୍କ ନିଶ୍ୱାସ ଦ୍ୱାରା ବିନଷ୍ଟ ହୁଅନ୍ତି ଓ ତାହାଙ୍କର କ୍ରୋଧରୂପ ଫୁତ୍କାର ଦ୍ୱାରା ସଂହାରିତ ହୁଅନ୍ତି।

10ସିଂହର ଗର୍ଜ୍ଜନ ଓ ଭୟାନକ ସିଂହର ହୁଙ୍କାର ଓ ଯୁବା ସିଂହର ଦନ୍ତ ଭଗ୍ନ ହୁଏ।

11ବୃଦ୍ଧ ସିଂହ ଶିକାର ଅଭାବରେ ବିନଷ୍ଟ ହୁଏ ଏବଂ ସିଂହୀର ଶାବକଗଣ ଛିନ୍ନଭିନ୍ନ ହୋଇଯାʼନ୍ତି।

12କଥା ଗୋଟିଏ ଗୁପ୍ତରେ ମୋʼ ନିକଟରେ ପହଞ୍ଚିଲା ଓ ମୋʼ କର୍ଣ୍ଣ ତହିଁର ଈଷତ୍‍ ଶବ୍ଦ ପାଇଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.