9ସେମାନେ ପରମେଶ୍ୱରଙ୍କ ନିଶ୍ୱାସ ଦ୍ୱାରା ବିନଷ୍ଟ ହୁଅନ୍ତି ଓ ତାହାଙ୍କର କ୍ରୋଧରୂପ ଫୁତ୍କାର ଦ୍ୱାରା ସଂହାରିତ ହୁଅନ୍ତି।
10ସିଂହର ଗର୍ଜ୍ଜନ ଓ ଭୟାନକ ସିଂହର ହୁଙ୍କାର ଓ ଯୁବା ସିଂହର ଦନ୍ତ ଭଗ୍ନ ହୁଏ।
11ବୃଦ୍ଧ ସିଂହ ଶିକାର ଅଭାବରେ ବିନଷ୍ଟ ହୁଏ ଏବଂ ସିଂହୀର ଶାବକଗଣ ଛିନ୍ନଭିନ୍ନ ହୋଇଯାʼନ୍ତି।
12କଥା ଗୋଟିଏ ଗୁପ୍ତରେ ମୋʼ ନିକଟରେ ପହଞ୍ଚିଲା ଓ ମୋʼ କର୍ଣ୍ଣ ତହିଁର ଈଷତ୍ ଶବ୍ଦ ପାଇଲା।
13ଯେତେବେଳେ ଲୋକେ ଘୋର ନିଦ୍ରାଗ୍ରସ୍ତ ହୁଅନ୍ତି, ଏପରି ରାତ୍ରିର ସ୍ୱପ୍ନଦର୍ଶନରୁ ଜାତ ଭାବନା ସମୟରେ,